Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ମୃତ, ଦୁଇ ଗୁରୁତର

8/09/2021 at 8:08 PM

ପାଟଣା ୦୮।୦୯: କେନ୍ଦୁଝର ଜିଲ୍ଲା ପାଟଣା ବଜାର ଉପରେ ସ୍ଥିତ ଏକ ଘରର ଛାତ ଉପରେ ଲୁହା ଛଡ଼ ରଖୁଥିବା ସମୟରେ ଘଟିଲା ଅଘଟଣ।  ଛାତ ଉପରେ ଯାଇଥିବା ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ରେଙ୍ଗାଳବେଡା ଗ୍ରାମର ସୁନ୍ଦର ମୁର୍ମୁ। ଦୁଇ ଗୁରୁତର ହେଲେ ସ୍ୱାମ୍ ଗ୍ରାମର ରାହସ ନାଏକ ଓ ରଜତ କୁମାର କର। 

ସୂଚନା ଅନୁସାରେ ପାଟଣା ବଜାର ଉପରେ ରହିଛି ରଜତ କୁମାର କରଙ୍କ ଭଡା ଘର। ଘରର ଛାତ ଉପରେ ଲୁହା ଛଡ଼ ରଖୁଥିବା ସମୟରେ ହଠାତ ଛାତ ଉପରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ ରାହସ ଓ ରଜତ।  ଉଭୟଙ୍କୁ ଉଦ୍ଧାର କରିବାକୁ ଯାଇ ସୁନ୍ଦର ମୁର୍ମୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ମୃତ ଦେହ କୁ ଜବତ କରି ତଦନ୍ତ ଚଳାଇଛି।

   Related Posts