ଗୋଟିଏ ପରିବାରର ୫ ଜଣଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ : ଜଣେ ମୃତ, ୪ ଗୁରୁତର

Published By : Prameya-News7 Bureau | November 12, 2019 IST

ଭଞ୍ଜନଗର ୧୨।୧୧: ଗଞ୍ଜାମ ଜିଲ୍ଲା ସୋରଡା ଥାନା ଅନ୍ତର୍ଗତ ନୂଆଁଗଡ ଗ୍ରାମରେ ଗୋଷ୍ଠୀ ସଂଘର୍ଷ । ଗୋଟିଏ ପରିବାରର ୫ଜଣଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଛି ।

{"id":182984}

ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ମନୋଜ ନାୟକ । ଗୁରୁତରଙ୍କୁ ସୋରଡା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି ।

{"id":182985}

ଘଟଣାସ୍ଥଳରେ ସୋରଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.