Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ନିୟନ୍ତ୍ରଣ ହରାଇ ଗଛରେ ପିଟି ହେଲା ବାଇକ, ଜଣେ ମୃତ ଜଣେ ଗୁରୁତର

20/05/2021 at 11:27 PM

ବାଲିପାଟଣା, ୨୦.୫.୨୧: ନିମାପଡ଼ା ଥାନା ନିଆଁଗୋରଡ଼ା ଛକରେ ଏକ ଅଭାବନୀୟ ଘଟଣା ବାଇକ୍ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି।

ମୃତକ ବାଲିପାଟଣା ଥାନା ବାଗଲପୁର ହଂସୁଆଣି ଭୋଇ ସାହିର ଚରଣ ଭୋଇ ହୋଇଥିବା ବେଳେ ଗୁରୁତର ଯୁବକ ହେଉଛନ୍ତି ବାଲିପାଟଣା ଥାନା ପୁବାଗତ ଗ୍ରାମର ଜଗନ ଭୋଇ । ଜଗନଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍‌ରେ ଭର୍ତ୍ତି କରାଯାଇଛି ।

ଉଭୟ ଏକ ବାଇକରେ ବାଲିପାଟଣା ଅଭିମୁଖେ ଆସୁଥିବା ବେଳେ ନିଆଁଗୋରଡ଼ା ଛକ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲେ । ସ୍ଥାନୀୟ ଲୋକ ଏବଂ ପୋଲିସ୍ ଘଟଣା ସ୍ଥଳରେ ପହଁଞ୍ଚି ଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ହସ୍ପିଟାଲରେ ଭର୍ତ୍ତି କରିଥିବା ସୂଚନା ମିଳିଛି।

   Related Posts