Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ, ଜୀବନ ସହ ସଂଘର୍ଷ କରୁଛନ୍ତି ଦେବରାଜ

4/06/2020 at 12:28 PM

ଟାଙ୍ଗୀ ୦୪।୦୬: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ସଲପଡିହ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତକାଲି ରାତିରେ ସଲପଡିହ ଗାଁର ଦେବରାଜ କରଣକୁ ଅତି ନିର୍ମମ ଭାବେ ଆକ୍ରମଣ କରାଯାଇଛି । ସେହି ଗ୍ରାମର  କବିରାଜ ବେହେରା ଏକ ଧାରୁଆ ଅସ୍ତ୍ରରେ  ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି ।

ସୂଚନାଯୋଗ୍ୟ ଯେ, ଆକ୍ରମଣରେ ଦେବରାଜଙ୍କର ହାତ ଏବଂ ପେଟରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦେବରାଜକୁ ଗାଁର କିଛି ଲୋକ ଟାଙ୍ଗି ମେଡିକାଲକୁ ଆଣିଥିଲେ । କିନ୍ତୁ ସେଠାରେ ତାଙ୍କ ଅବସ୍ଥା ସଂଗୀନ ହେବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି  । ଦେବରାଜ ଏବେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି । ଏପଟେ ବାଣପୁର ଥାନା ପୋଲିସ ଘଟଣା ସ୍ଥଳରୁ ରକ୍ତ ଜୁଡୁବୁଡ଼ ବସ୍ତ୍ର ,କଟୁରି ଜବତ କରିଛି , ଏବଂ କବିରାଜ ବେହେରାକୁ ଗିରଫ କରିଛନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

   Related Posts