Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ଭାଲୁ ଆକ୍ରମଣରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି

27/10/2019 at 12:23 PM

ଘଟଗାଁ ୨୭।୧୦: ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ନିମିଗରା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗୁରୁତର ବ୍ୟକ୍ତି ହେଲେ ୪୭ବର୍ଷ ବୟସ୍କ ସମ୍ରାଟ ସେନାପତି ।

ସୂଚନାଯୋଗ୍ୟ ଯେ, ଆଜି ସକାଳୁ ପୋଖରୀକୁ ନିତ୍ୟକର୍ମ ପାଇଁ ଯାଇଥିବା ବେଳେ ୨ଟି ଭାଲୁ ସମ୍ରାଟଙ୍କୁ ଆକ୍ରମଣ କରିଥିଲେ । ସମ୍ରାଟଙ୍କ ପାଟି ଶୁଣି ବିଲରେ କାମ କରୁଥିବା କିଛି ଲୋକ ଧାଇଁ ଆସିବାରୁ ଭାଲୁ ଦୁଇଟି ସମ୍ରାଟକୁ ଛାଡି ପଳାଇଥିଲେ । ଗୁରୁତର ଅବସ୍ଥାରେ ସମ୍ରାଟଙ୍କୁ ପ୍ରଥମେ ଘଟଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ଓ ପରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

   Related Posts