ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର

Published By : Prameya-News7 Bureau | December 19, 2019 IST

କଳାହାଣ୍ଡି ୧୯।୧୨: ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର ହୋଇଛନ୍ତି । କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡେଙ୍ଗାଗୁଡା ଗ୍ରାମର ବୃଦ୍ଧା ସୁରେଖା ବାଗ ଶୌଚ ପାଇଁ ଘର ନିକଟକୁ ଯାଇଥିଲେ । ସେହି ସମୟରେ ଏକ ଭାଲୁ ତାଙ୍କୁ ଆକ୍ରମଣ କରିଥିଲା । ବୃଦ୍ଧାଙ୍କ ଚିତ୍କାର ଶୁଣି ପରିବାର ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ । ଉଦ୍ଧାର କରି କୋକସରା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣି ଭର୍ତ୍ତି କରିଥିବାବେଳେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.