Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ପୂର୍ବ ଶତ୍ରୁତାକୁ ନେଇ ଦୁଇ ପରିବାର ମଧ୍ୟରେ ସଂଘର୍ଷ : ଆହତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତା ଅବରୋଧ

11/06/2021 at 3:46 PM

ଚଣ୍ଡିଖୋଲ ୧୧।୬: ବୁଧବାର ଦିନ ପୂର୍ବ ଶତ୍ରୁତାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳରେ ୮ ଜଣ ଆହତ ହୋଇଥିଲେ । ତେବେ ସେମାନଙ୍କ ମଧ୍ୟରୁ ଜଣଙ୍କର ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି । ଏଭଳି ଘଟଣା ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଂଚାୟତ ମଦିନାବାଗ ଗ୍ରାମରେ ଘଟିଛି ।

ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ହେଲା କୌଣସି କାରଣକୁ ନେଇ ଏହି ଗ୍ରାମର ମୋଇଉଦ୍ଦିନ ଓ ତାଜମୁଲଙ୍କ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା । ଏହି ଘଟଣାକୁ ନେଇ ତିନି ଦିନ ପୂର୍ବେ ବ୍ରହ୍ମବରଦା ଫାଣ୍ଡିରେ ଅଭିଯୋଗ ହେବା ସହ ଆପୋଷ ସମାଧାନ ହୋଇଥିଲା । କିନ୍ତୁ ବୁଧବାର ଦିନ ସକାଳେ କମେଣ୍ଟ ମରାକୁ ନେଇ ଉଭୟ ପରିବାକ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ମୋଟ୍ ୮ ଜଣ ଆହତ ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କର ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି ।

ସେପଟେ ଅଭିଯୁକ୍ତମାନକୁ ଗିରଫ ଦାବିରେ ଉତ୍ତ୍ୟକ୍ତ ଲୋକ ବରୁହା-ବାଲିଚନ୍ଦ୍ରପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି । ରାସ୍ତାର ଉଭୟ ପଟରୁ ଗାଡି ଚଳାଚଳ ବନ୍ଦ ରହିଛି । ବ୍ରହ୍ମବରଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଛନ୍ତି ।

   Related Posts