Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ, ଦୁଇ ଶ୍ରମିକ ଗୁରୁତର

16/06/2020 at 2:29 PM

ଜଗତସିଂହପୁର ୧୬।୬: ବିଦ୍ୟୁତ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ । ଅନ୍ୟ ଦୁଇ ଶ୍ରମିତ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ବାଲିକୁଦା ବଜାରରରେ କେନାଲ କାମରେ ନିୟୋଜିତ ଜଣେ ଶ୍ରମିକଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ଉଭୟ ଗୁରୁତରଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତ ଶ୍ରମିକ ଏରସମା ଥାନା ବାଘାଡି ଗାଁର ରାଜେନ୍ଦ୍ର ମଣ୍ଡଳ ।

ବାଲିକୁଦା ବଜାର ନିକଟରେ ଜନୈକ ଠିକାଦାରଙ୍କ ଦ୍ବାରା ମାଛଗାଁ କେନାଲ ବନ୍ଧ କାମରେ ନିୟୋଜିତ ଥିଲେ । ଶ୍ରମିକ ଜଣଙ୍କ ସୋମବାର ସନ୍ଧ୍ୟାରେ କାମ ନିକଟରୁ ଏକ ସିମେଣ୍ଟ ଗୋଳା ମେସିନକୁ ଠେଲି ଠେଲି ଅନ୍ୟତ୍ର ନେଉଥିବା ବେଳେ ନିକଟରେ ଥିବା ୧୧ କେଭି ବିଦ୍ୟୁତ୍ ଖୁଣ୍ଟରେ ଲାଗିଥିବା ଏକ ଷ୍ଟେ ତାର ସଂସ୍ପର୍ଶରେ ଆସିଥିଲେ । ଫଳରେ ଘଟଣାସ୍ଥଳରେ ରାଜେନ୍ଦ୍ରଙ୍କର ମୃତ୍ୟୁ ହୋଇ ଯାଇଥିବା ବେଳେ ଅନ୍ୟ ୨ ଜଣ ଶ୍ରମିକ ଗୁରୁତର ହୋଇଥିଲେ । ମୃତ ରାଜେନ୍ଦ୍ର ଜଣେ ଦିନ ମଜୁରିଆ ହୋଇଥିବାରୁ ତାଙ୍କ ପରିବାରକୁ ଆବଶ୍ୟକୀୟ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି ।

   Related Posts