Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

ସାପ କାମୁଡାରେ ଜଣେ ମୃତ

10/06/2020 at 9:37 AM

ଭୁବନ ୧୦।୦୬:  ସାପ କାମୁଡାରେ ଜଣେ ମୃତ । ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ଅନ୍ତର୍ଗତ ଚଣ୍ଡିପାଳ ଗାଁର ଶ୍ରୀଧର ବେହେରାଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିବା ଜଣାପଡିଛି  ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର  ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଅଜଣା ସାପ କାମୁଡିଥିଲା । ସେହି ସମୟରେ ଶ୍ରୀଧର ଚିତ୍କାର କରିଥିଲେ, ତାଙ୍କ ପାଟି ଘର ଲୋକ ଦୌଡିଆସିଥିଲେ । ପରିବାର ଲୋକେ ତାଙ୍କୁ ରାତି ୧ଟାରେ ଭୁବନ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଘଟଣାସମ୍ପର୍କରେ ଭୁବନ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି । ଭୁବନ ଥାନା ତଦନ୍ତ ଜାରି ରଖିଛି । ଆଜି ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା ।

   Related Posts