Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ସୀମାନ୍ତ ଜଙ୍ଗଲରେ ଏନ୍‌କାଉଣ୍ଟର, ଜଣେ ମାଓବାଦୀ ନିହତ

6/11/2021 at 8:01 AM

ମାଲକାନଗିରି ୦୬।୧୧:  ମାଲକାନଗିରି ଛତିଶଗଡ ସୀମାନ୍ତ ଦାନ୍ତେୱାଡା ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ଗୁଳିରେ ଜଣେ ଦୁର୍ଦାନ୍ତ ମାଓବାଦୀ ନିହତ । ପୋଲିସ ଗୁଳିରେ ନିହତ  ଇନ୍ଦ୍ରାବତୀ ମାଓ ସଂଗଠନର ମାଓବାଦୀ ରାମସୁ  ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଛିନ୍ଦନାର ଓ ପହୁରନାର ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ଦନ୍ତେୱାଡା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାକୁ ଆଧାର କରି ଶୁକ୍ରବାର ସେଠାରେ ଡିଆରଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ରାତିରେ ଉଭୟ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା । ଏହାପରେ ନକ୍ସଲ ମାନେ ଘଟଣାସ୍ଥଳରୁ ପଳାୟନ କରିଥିବା ଜଣାପଡିଛି ।

ଏନ୍‌କାଉଣ୍ଟର ପରେ ଯବାନ ମାନେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ କରି ଜଣେ ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ମଧ୍ୟ ଜବତ ହୋଇଥିବା ଦାନ୍ତେୱାଡା ଏସ୍‌ପି ଅଭିଷେକ ପଲ୍ଲଭ ସୁଚନା ଦେଇଛନ୍ତି ।

   Related Posts