Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

କର୍ଲାପାଟ ଅଭୟାରଣ୍ୟରେ ଏନ୍‌କାଉଣ୍ଟର, ଜଣେ ମାଓବାଦୀ ନିହତ

7/11/2021 at 2:14 PM

କଳାହାଣ୍ଡି ୦୭।୧୧: ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟ ଉଡରୁମ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏହି ଗୁଳିବିନିମୟରେ ଜଣେ ମାଓବାଦୀ ନିହତ ହୋଇଥିବାର ଖବର ମିଳିଛି ।

ଖବର ଅନୁଯାୟୀ, କର୍ଲାପାଟ ଅଭୟାରଣ୍ୟ ଉଡରୁମ ଜଙ୍ଗଲ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଏସ୍‌ଓଜି ଓ ଡିଭିଏଫ୍‌ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । କିଛି ସମୟ ଧରି ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବାର ସୂଚନା ମିଳିଛି । କେତେ ପରିମାଣର ମାଓବାଦୀ ଜଙ୍ଗଲରେ ଥିଲେ , ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ । ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

   Related Posts