Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ୧୦କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

12/06/2020 at 10:43 AM

ଭୁବନେଶ୍ବର ୧୨।୬ : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୫୫ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଶ୍ଵାସକ୍ରିୟାରେ ସମସ୍ୟା ହେବାରୁ ତାଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୦ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts