ରାଜ୍ୟରେ ୧୧କୁ ବୃଦ୍ଧି ପାଇଲା କରୋନା ମୃତ୍ୟୁସଂଖ୍ୟା, ମୃତକ ଗଞ୍ଜାମ ଜିଲ୍ଲାର

Published By : Prameya-News7 Bureau | June 14, 2020 IST

ଭୁବନେଶ୍ବର ୧୪।୬ : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଫଳରେ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

{"id":285916,"sizeSlug":"large"}

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୫୦ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରୋନିକ୍ କିଡନୀ ରୋଗ ଏବଂ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲମୋନାରି ରୋଗରେ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.