Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ପୁରୀ ଜିଲ୍ଲାରେ ପ୍ରଥମ କରୋନା ମୃତ୍ୟୁ, ରାଜ୍ୟରେ ୧୨କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

20/06/2020 at 11:15 AM

ଭୁବନେଶ୍ବର ୨୦।୬: ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ପୁରୀ ଜିଲ୍ଲାରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୯ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ପୁରୀ ଜିଲ୍ଲାର । ତାଙ୍କ ବୟସ ୬୦ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲମୋନାରି ରୋଗରେ ମଧ୍ୟ ପୀଡିତ ଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts