Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ, ୧୪୩ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

1/05/2020 at 6:45 AM

ଭୁବନେଶ୍ୱର ୦୧।୦୫: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଲକ୍‌ଡାଉନର ଅବଧି ସରିବା ପାଇଁ ଆଉ ବାକି ରହିଛି କିଛି ଦିନ । କିନ୍ତୁ ଏପଟେ ଥମିବାର ନାଁ ଧରୁନି କରୋନା ସଂକ୍ରମଣ । ରାଜ୍ୟରେ ଆଜି ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୨ରୁ ୧୪୩ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି। ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ବାଲେଶ୍ୱର ଜିଲ୍ଲାର ବୋଲି ସୂଚନା ରହିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୧ଟି ଆକ୍ଟିଭ କେସ୍‌ ରହିଛି । ସେହିପରି କରୋନା ଭାଇରସରୁ ୪୧ଜଣ ସୁସ୍ଥ ହୋଇସାରିଥିବା ବେଳେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଗୁରୁବାର ଦିନ ରାଜ୍ୟରେ ୧୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏବଂ ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ଯାଜପୁରର ଜିଲ୍ଲାର ବୋଲି ଜଣାପଡିଥିଲା । ତେବେ ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬କୁ ପହିଞ୍ଚିଛି ।

ଗୁରୁବାରରେ ଯାଜପୁର ଦଶରଥପୁର ବ୍ଲକ ଅଞ୍ଚଳରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୦ଜଣ ପୁରୁ​‌ଷ ଆକ୍ରାନ୍ତ ଥିବା ବେଳେ ୭ଜଣ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ବୟସ ଯଥାକ୍ରମେ, ୨୯ ବର୍ଷୀୟ ପୁରୁଷ, ୩୮ ବର୍ଷୀୟ ପୁରୁଷ, ୩୫ ବର୍ଷୀୟ ପୁରୁଷ, ୪୦ ବର୍ଷୀୟ ମହିଳା, ୨୯ ବର୍ଷୀୟ ପୁରୁଷ, ୨୦ ବର୍ଷୀୟ ଯୁବତୀ, ୮୫ ବର୍ଷୀୟ ବୃଦ୍ଧା, ୩ ବର୍ଷର ଶିଶୁ, ୩୪ ବର୍ଷର ପୁରୁଷ, ୩ ବର୍ଷର ଛୋଟ ପୁଅ, ୩୬ ବର୍ଷୀୟ ମହିଳା, ୧୨ ବର୍ଷର ଛୋଟ ପୁଅ, ୫୨ ବର୍ଷୀୟ ମହିଳା ଏବଂ ୬୨ ବର୍ଷୀୟ ପୁରୁଷ । ଏହି ସମସ୍ତ ସଂକ୍ରମିତ ଯାଜପୁର ଦଶରଥପୁରର କଟିକଟା ଅଞ୍ଚଳର ବୋଲି ଜଣାପଡିଛି ।

   Related Posts