ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ
23/04/2020 at 1:28 PM

ଭୁବନେଶ୍ୱର ୨୩।୦୪: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ । ଭୁବନେଶ୍ବରର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏବେ ସୁଦ୍ଧା ରାଜ୍ୟରେ ୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ଥିବା ଜଣାପଡିଛି । ରାଜ୍ୟରେ ମୋଟ ୪୯ ସଂକ୍ରମିତ ଥିବା ବେଳେ ୩୩ଜଣ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ମୋଟ ୮୨ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହ ଅନ୍ୟ ଜଣେ କରୋନା ସଂକ୍ରମିତରୁ ସୁସ୍ଥ ହେବା ପରେ କ୍ୟାନସର ରୋଗରେ ତାଙ୍କର ମୃତ୍ୟୁ ହୋଇଛି।
Related Posts
ବ୍ରହ୍ମପୁର: ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଜଣେ ଗିରଫ
18 January 2021