Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦୧୭ ହତ୍ୟା ଘଟଣାର ଖୋଳତାଡ କରିବ କ୍ରାଇମବ୍ରାଞ୍ଚ, ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ
  • ||
  • ମିଚିଗାନ ସ୍କୁଲରେ ୧୫ ବର୍ଷର ଛାତ୍ରର ଉନ୍ମତ୍ତକାଣ୍ଡ, ଆଖିବୁଜା ଗୁଳିମାଡ଼ରେ ୩ ମୃତ
  • ||
  • ଭଦ୍ରକ ବରପଦା ନିକଟରେ ଦୁଇ ଅପରାଧୀଙ୍କୁ ଏନକାଉଣ୍ଟର
  • ||

ଗଞ୍ଜାମରୁ ୪ର୍ଥ କରୋନା ଆକ୍ରାନ୍ତ ଚିହ୍ନଟ, ରହିଛି ସୁରଟ ଲିଙ୍କ୍ : ରାଜ୍ୟରେ ୧୭୭ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

6/05/2020 at 8:15 AM

ଭୁବନେଶ୍ୱର ୦୬।୦୫: ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୭ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ୱିଟ୍‌ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର । ଗତ କିଛି ଦିନ ତଳେ ସେ ସୁରଟରୁ ଫେରିଥିଲେ । ଏବଂ ତାଙ୍କ ବୟସ ୧୮ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ତାଙ୍କ ସ୍ୱାବ ଟେଷ୍ଟ ରିପୋର୍ଟରେ ସେ କରୋନା ପଜିଟିଭ୍‌ ଥିବା ଜଣାପଡିଛି । ଯାହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୨ଜଣ ସୁରଟ ଫରେନ୍ତା ଓ ଅନ୍ୟ ୨ଜଣ ତାମିଲନାଡୁ ଫେରନ୍ତା ବୋଲି ସୂଚନା ରହିଛି ।

   Related Posts