Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||
  • କେନ୍ଦ୍ରାପଡ଼ା : ରାମଚଣ୍ଡୀ ମନ୍ଦିରରୁ ଚୋରି, ତାଲା ଭାଙ୍ଗି ସୁନା ଅଳଙ୍କାର ଲୁଟ୍
  • ||

ମଦ ବ୍ୟବସାୟକୁ କେନ୍ଦ୍ରକରି ଗୋଷ୍ଠୀ ସଂର୍ଘଷ : ଜଣେ ମୃତ, ୮ ଆହତ

4/07/2020 at 9:35 AM

ଖଲ୍ଲିକୋଟ ୪।୭: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ପଥରା ଗ୍ରାମରେ ଦେଶୀ ମଦ ବିକ୍ରିକୁ ନେଇ ଗୋଷ୍ଠୀ ସଂର୍ଘଷ ହୋଇଛି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ସଂଘର୍ଷ ଘଟିଛି । ଏହି ଗୋଷ୍ଠୀ ସଂର୍ଘଷରେ ଦୁଇ ଗୋଷ୍ଠୀର ୮ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ପିଙ୍କୁ ଦାସ ।

ଆହତମାନଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଥିଲା ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଛତ୍ରପୁର ଏସଡିପିଓ ଗୌତମ କିଷାନ, ଥାନା ଅଧିକାରୀ ସତ୍ୟରନ ପ୍ରଧାନ, ରମ୍ଭା ଥାନା ଅଧିକାରୀ କୃଷ୍ଣଚନ୍ଦ୍ର ସେଠୀ ପହଞ୍ଚି ତଦନ୍ତ ଚଲାଇଛନ୍ତି । ପରିସ୍ଥିତିକୁ ଦେଖି ସେଠାରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ପରେ ଗ୍ରାମବାସୀଙ୍କ ପକ୍ଷରୁ ଜାତୀୟ ରଜପଥ ଅବରୋଧ କରାଯାଇଥିଲା । 

   Related Posts