Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଟ୍ରକ୍ ଧକ୍କାରେ ୨୫ଫୁଟ ପୋଲ ତଳକୁ ଖସିଲା ଡମ୍ଫର : ଜଣେ ମୃତ, ଜଣେ ଗୁରୁତର

3/09/2020 at 9:50 AM

ଜଳେଶ୍ବର ୩।୯: ବାଲି ବୋଝେଇ ଡମ୍ଫରକୁ ପଛପଟୁ ଧକ୍କା ଦେଲା ପରିବା ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ବାଏପାସ ନିକଟସ୍ଥ ପୋଲ ଉପରେ ବାଲି ବୋଝେଇ ଡମ୍ଫରଟିକୁ ଟ୍ରକ୍ ଧକ୍କା ଦେବା ଫଳରେ ଡମ୍ଫରଟି ୨୫ଫୁଟ ପୋଲ ତଳକୁ ଖସିପଡ଼ିଥିଲା । ଘଟଣାସ୍ଥଳରୁ ଡମ୍ଫର ଡ୍ରାଇଭରଙ୍କୁ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟ ନିଆଯାଉଥିଲା ବେଳେ ତାଙ୍କର ମୃତ୍ୟୁ ହୋଇଛି ।

ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି । ଉଭୟ ମୃତ ଏବଂ ଗୁରୁତର ବାଲେଶ୍ଵର ମେଡିକାଲରେ ଥିବାର ଜଣାପଡିଛି । ମୃତ ଏବଂ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ । ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

   Related Posts