ବଜ୍ରପାତରେ ଜଣେ ମୃତ, ଦୁଇ ଗୁରୁତର
1/06/2020 at 11:41 AM

ଫୁଲବାଣୀ ୦୧।୦୬: ବଜ୍ରାପାତ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି । ଫୁଲବାଣୀ ଫିରିଙ୍ଗିଆ ବ୍ଳକ ପବିଙ୍ଗିଆ ପଂଚାୟତ ଅନ୍ତର୍ଗତ ମଗମୁଣ୍ଡା ଗାଁରେ ଘଟିଛି ଘଟଣା ।
ସୂଚନାଯୋଗ୍ୟ ଯେ, ଗତକାଲି ସନ୍ଧ୍ୟା ୭ଟା ସମୟରେ ଗାଁର ଦାନାସିଂ କହଁର, ଗୁନି କହଁର ଓ ଧନଞ୍ଜୟ କହଁର ଘର ବାରଣ୍ଡାରେ ବସିଥିବା ବେଳେ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ୩ ଜଣ ଗୁରୁତର ହୋଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଥିଲେ । ତେବେ ରାସ୍ତା ନଥିବାରୁ ୩ ଘଣ୍ଟା ବିଳମ୍ବରେ ପହଞ୍ଚି ଗୁରୁତରଙ୍କୁ ପ୍ରଥମେ ଫିରିଙ୍ଗିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ। ପରେ ସେମାନଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଡାକ୍ତର ଦାନାସିଂ କହଁରଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୁଲିସ୍ ମୃତ ଶରୀରକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଜଣାପଡିଛି ।