ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌, ଜଣେ ମୃତ

Published By : Prameya-News7 Bureau | October 30, 2021 IST

ଅନୁଗୁଳ ୩୦।୧୦:  ଟ୍ରକକୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍‌ । ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଅନୁଗୁଳି ମେଡିକାଲରେ ଭର୍ତ୍ତି କରାଯାଇଛି ।ଅନୁଗୁଳ ଜରପଡ଼ା ଜାତୀୟ ରାଜପଥ ଡଜେରେଙ୍ଗ ଠାରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ଟ୍ରକଟି ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ପରିବା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ଟି ସାମ୍ନା ପଟରୁ ଆସି ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଜଣଙ୍କ ର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଆହତଙ୍କ ନାମ ବାପୁନ ଦାସ ହୋଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ତାଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ରହିଛି । ଯାହାଫଳରେ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯିବାର ଖବର ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.