Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରକ୍, ବାଇକ୍ ଆରୋହୀଙ୍କ ମୃତ୍ୟୁ

29/09/2020 at 4:05 PM

ଢେଙ୍କାନାଳ ୨୯।୯: ଢେଙ୍କାନାଳ ସଦର ଥାନା ନିକଟ ଜାତୀୟ ରାଜପଥ ୫୫ରେ ଏକ ବାଇକ୍‌କୁ ଟ୍ରକ୍ ଧକ୍କା ଦେଇ ପଳାଇଯାଇଥିବା ଜଣାପଡିଛି । ଦୁର୍ଘଟଣାରେ ବାଇକ୍ ଆରୋହୀ ଜଣଙ୍କ ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଥିଲା । ମାତ୍ର ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର  ମୃତ୍ୟୁ ଘଟିଛି ।

ମୃତ ଯୁବକ ଜଣଙ୍କ ଖୋର୍ଦ୍ଧା ଅରାଙ୍ଗ ଗ୍ରାମର ବାବୁଲି ପରିଡା ବୋଲି ଜଣାପଡିଛି । ବାବୁଲି ଏକ ମୋଟର ଫାଇନାନ୍ସ କମ୍ପାନୀର କଲେକ୍ସନ ଏଜେଣ୍ଟ ଭାବେ କାମ କରୁଥିଲେ । ଦୁର୍ଘଟଣା ଘଟାଇଥିବା ଟ୍ରକ୍ ପଳାଇ ଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts