ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜଣଙ୍କ ଜୀବନ

Published By : Prameya-News7 Bureau | January 24, 2022 IST

ବୌଦ୍ଧ ୨୪।୦୧ : ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ମୃତକ ଚଉରିଆ ପଦର ଗ୍ରାମର ଶ୍ୟାମ ସୁନ୍ଦର ସାହୁ ଓ ଗୁରୁତର ବାବୁଲି ସାହୁ ବୋଲି ଜଣାପଡିଛି ।

{"id":578557,"sizeSlug":"full","linkDestination":"none"}

ଖବର ଅନୁଯାୟୀ,  ଶ୍ୟାମସୁନ୍ଦର ଓ ବାବୁଲି ବାଇକ୍ ଯୋଗେ ନିଜ ଗାଁରୁ ବାହାରି ବାସୁଦେବପାଲି ପେଟ୍ରୋଲ ପମ୍ପ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହିଁ ଶ୍ୟାମସୁନ୍ଦରଙ୍କ ମୃତ୍ୟୁ ହୋଇଥିବା ବେଳେ ବାବୁଲିଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ତେବେ ଦୁର୍ଘଟଣା ଘଟାଇ ଗାଡ଼ିଟି ଫେରାର ମାରିଥିବା ବେଳେ ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛି  ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.