ଘରେ ଶୋଇଥିବା ବେଳେ ବଜ୍ରାଘାତରେ ଜଣେ ମୃତ

Published By : Prameya-News7 Bureau | July 06, 2020 IST

ବୌଦ୍ଧ ୦୬।୦୭ : ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍‌ ପୁରୁଣାକଟକ ଥାନା ଧଳ ଗାଁରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ଧଳପୁର୍ ଟିକିରାସାହିର ଶିବ ବେହେରା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ହୋଇଥିବା ବଜ୍ରପାତ ଯୋଗୁଁ ହରଭଙ୍ଗା ବ୍ଲକ୍ ପୁରୁଣାକଟକ ଥାନା ଧଳପୁର ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଧଳପୁର୍ ଟିକିରାସାହିର ଶିବ ବେହେରା (୪୫ ବର୍ଷ ) । ସେ ନିଜ ଘରେ ଥିବା ବେଳେ ରାତିରେ ବଜ୍ରପାତରେ ଗୁରୁତର ଭାବେ ଆହତ ହୋଇଥିଲେ । ପରିବାର ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଣାକଟକ ଡାକ୍ତରଖାନାକୁ ନେଉଥିଲେ । କିନ୍ତୁ ରାସ୍ତାରେ ତାଙ୍କର ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି । ତେବେ ଆଜି ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ । ମୃତକଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.