Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ବାହା ହେବାକୁ ଜିଦ୍‌ ଧରିଲା ପ୍ରେମିକା, ରାଗିଯାଇ ନିଆଁ ଲଗାଇ ପୋଡିଦେଲା ପ୍ରେମିକ

28/07/2021 at 9:12 AM

ଗଞ୍ଜାମ ୨୮।୦୭: ଗଞ୍ଜାମ ପୁରୁଷୋତ୍ତମପୁର ପ୍ରତାପପୁର ଗାଁର ଅଭାବନୀୟ। ବାହା ହେବା ପାଇଁ ଜିଦ୍ କରିବାରୁ ଯୁବତୀଙ୍କ ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇ ଦେଲା ଯୁବକ। ମୃତ ଯୁବତୀ କବିସୂର୍ଯ୍ୟନଗର ଥାନା କଳମ୍ବ ଗ୍ରାମର ଯୁବତୀ ବୋଲି ଜଣାପଡ଼ିଛି। ସେହିପରି ଅଭିଯୁକ୍ତ ପ୍ରେମିକ ପ୍ରତାପୁର ଗ୍ରାମର କୃଷ୍ଣଚନ୍ଦ୍ର ସାହୁଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛନ୍ତି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଖବର ଅନୁଯାୟୀ, ଗତକାଲି ଅପରାହ୍ନରେ ଯୁବତୀ, ଯୁବକଙ୍କୁ ପ୍ରତାପପୁର ନିକଟରେ ଥିବା ଅବ୍ୟବହୃତ ଫ୍ୟାକ୍ର୍ଟି ନିକଟକୁ ଡାକିଥିଲେ। ସେଠାରେ ଯୁବତୀ ଜଣଙ୍କ ବାହା ହେବା ପାଇଁ ଜିଦ୍ କରିବାରୁ ଯୁବକ ଜଣଙ୍କ ରାଗିଯାଇ ତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲା। ଯୁବତୀଙ୍କ ଚିତ୍କାର ଶୁଣି ପାଖ ବିଲରେ କାମ କରୁଥିବା ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଲୋକମାନେ ଖବର ଦେବାପରେ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଡାକ୍ତରଖାନା ନେଇଥିଲେ। ଶରୀରର ପ୍ରାୟ ୮୦ ଭାଗ ଜଳି ଯାଇଥିଲା।   ଅବସ୍ଥା ଗୁରୁତର ହେବାରୁ  ପୁରୁଷୋତ୍ତମପୁର ମେଡିକାଲ ଓ ପରେ ବ୍ରହ୍ମପୁରକୁ ସ୍ଥାନାନ୍ତର କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଯୁବତୀଙ୍କ ମୃତ୍ୟୁ ହୋଇଛି। କିନ୍ତୁ ମୃତ୍ୟୁ ପୂର୍ବରୁ ପୋଲିସ ଆଗରେ ବୟାନ ଦେଇଛନ୍ତି ସଂପୃକ୍ତ ଯୁବତୀ।

ଜଣେ ଯୁବକ ତାଙ୍କୁ ଜାଳି ଦେଇଥିବା କହିବା ସହ ସେ ଯୁବକଙ୍କ ଘର ପ୍ରତାପୁର ବୋଲି କହିଥିଲେ । ଯୁବକଙ୍କ ମୋବାଇଲ୍‌ ନମ୍ବର ବି ଦେଇଥିଲେ । ମୋବାଇଲ୍‌ ନମ୍ବରକୁ ଟ୍ରାକ୍‌ କରି ପୁଲିସ ଚମ୍ପଟ ମାରିଥିବା ଅଭିଯୁକ୍ତ ଯୁବକ କୃଷ୍ଣ ସାହୁଙ୍କୁ କେଶପୁରରୁ କାବୁ କରିଛି । ଏଥିସହ ଯୁବକ ଜଣଙ୍କ ବ୍ୟବହାର କରିଥିବା ବାଇକ୍‌ ଜବତ କରାଯାଇଛି । ଅବସ୍ଥା ସଙ୍କଟାପନ୍ନ ଥିବାରୁ ଯୁବତୀଙ୍କୁ ବ୍ରହ୍ମପୁର ଡାକ୍ତରଖାନା ସ୍ଥାନାନ୍ତରିତ କରାଯାଇଛି । ବ୍ରହ୍ମପୁର ଡାକ୍ତରଖାନାରେ ଯୁବତୀଙ୍କ ମୃତ୍ୟୁ ହୋଇଛି ।

   Related Posts