Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଡିଜେ ବଜାଇବାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ମାରପିଟ୍ ବେଳେ ଚାଲିଗଲା ଜଣଙ୍କ ଜୀବନ

20/09/2021 at 11:18 AM

ଖୋର୍ଦ୍ଧା ୨୦।୯: ଡିଜେ ବଜାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ବୈକୁଣ୍ଠ ବେହେରା । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ଖୋର୍ଦ୍ଧା ଜିଲ୍ଲା ତାପଙ୍ଗ ଆଦିବାସୀ ସାହିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ରବିବାର ଗଣେଶ ପୂଜା ଭସାଣୀ ଏବଂ ଖୁଦୁରୁକୁଣୀ ଶେଷ ପାଳି ପୂଜା ଚାଲିଥିଲା । ଏହି ସମୟରେ ଗୋଟିଏ ଗୋଷ୍ଠୀ  ଡିଜେ ବଜାଇବାକୁ ଅନ୍ୟ ଗୋଷ୍ଠୀ ବିରୋଧ କରିଥିଲେ । ଡିଜେ ବଜାଇବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହୋଇଥିଲା । ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବୈକୁଣ୍ଠ ବେହେରା । ମୃତଦେହ ବ୍ୟବଚ୍ଛେଦ ପାଇଁ ସଦର ପୋଲିସ ଖୋର୍ଦ୍ଧା ମୁଖ୍ୟ ଡାକ୍ତଖାନାରେ ଭର୍ତ୍ତି କରିଛି । ଘଟଣାରେ ୪ ଜଣଙ୍କୁ ଅଟକ ରଖି ଖୋର୍ଦ୍ଧା ସଦର ଥାନା ପୋଲିସ ତଦନ୍ତ ଜାରି ରଖିଛି । ସେପଟେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୃତକଙ୍କ ପରିବାର ପକ୍ଷରୁ ଦାବି କରାଯାଇଛି ।

   Related Posts