Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର୍, ଜଣେ ଆତଙ୍କୀ ନିହତ

11/10/2021 at 8:20 AM

ଶ୍ରୀନଗର ୧୧।୧୦ : ଜମ୍ମୁ-କାଶ୍ମୀରରେ ୨ଟି ଏନକାଉଣ୍ଟର୍। ଅନନ୍ତନାଗରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ଅନ୍ୟପଟରେ ଆତଙ୍କବାଦୀଙ୍କ ଗୁଳିରେ ଜଣେ ପୋଲିସ କର୍ମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେହିପରି ବାନ୍ଦିପୋରା ହାଜିନର ଗୁଣ୍ଡଜାହାଙ୍ଗିରରେ ହୋଇଥିବା ଏନ୍‌କାଉଣ୍ଟରରେ ଆଉ ଜଣେ ଆତଙ୍କୀ ନିହତ ହୋଇଛି । ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏହି ସର୍ଚ୍ଚ ଅପରେଶନ କରାଯାଇଥିବା ବେଳେ ଏଥିରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଜଣେ ଆତଙ୍କବାଦୀ ନିହତ ହେବା ସହ ପୋଲିସ ଓ ସୁରକ୍ଷା କର୍ମୀଙ୍କୁ ଏକ ପିସ୍ତଲ ଓ ଏକ ଗ୍ରେନେଡ ମିଳିଛି । କିଛି ଦିନ ହେବ କାଶ୍ମୀରରେ ସିଲେକ୍ଟିଭ୍ କିଲିଂ କରୁଥିବା ଆତଙ୍କବାଦୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଉଦ୍ୟମ ଚଳାଇଛି । ଅନ୍ୟପଟେ କାଶ୍ମୀରରେ ଅନେକ ଆତଙ୍କବାଦୀ ସଂଗଠନ ସକ୍ରିୟ ଥିବା ମଧ୍ୟ କୁହାଯାଉଛି । ତେଣୁ କେନ୍ଦ୍ରୀୟ ଗୃହ ମନ୍ତ୍ରାଳୟ ପକ୍ଷରୁ ଏ ଦିଗରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts