Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଅଭାବନୀୟ : ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ, ଶୁକ୍ରା ଥାନାରେ ଅଟକ

23/10/2021 at 12:36 PM

କେନ୍ଦୁଝର ୨୩।୧୦: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ପିଟି ପିଟି ମାରି ଦେଲା ସ୍ବାମୀ । ମୃତକ ସୌଭାଗିନୀ ମୁଣ୍ଡା ବୋଲି ଜଣାପଡ଼ିଛି । କେନ୍ଦୁଝର ପଳାଶପଙ୍ଗା ଫାଣ୍ଡିର ପରଜନପୁର ମୁଣ୍ଡାସାହୀର ଘଟଣା । ପୋଲିସର ଛାନ୍‌ଭିନ୍‌ ଆରମ୍ଭ

ଖବର ଅନୁଯାୟୀ, ଶୁକ୍ରବାର ଦିନ ବିଳମ୍ବିତ ରାତିରେ ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ନେଇ ବିବାଦ ଲାଗିରହିଥିଲେ । ଏଥିରେ ଉତ୍‌କ୍ଷିପ୍ତ ହୋଇ ସ୍ତ୍ରୀକୁ ପିଟି ପିଟି ହତ୍ୟା କରିଦେଇଛି ସ୍ୱାମୀ । ମୃତକ ସୌଭାଗିନୀ ମୁଣ୍ଡ ବୋଲି ଜଣାପଡିଛି । ସେପଟେ ଅଘଟଣ ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ମାମଲାରେ ଅଭିଯୁକ୍ତ ସ୍ୱାମୀ ଶୁକ୍ରା ମୁଣ୍ଡାକୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି । କେଉଁ ଭଳି ପରିସ୍ଥିତିରେ ନିଜ ସୌଭାଗିନୀକୁ ଶୁକ୍ରା ହତ୍ୟା କଲେ । ସେନେଇ ମଧ୍ୟ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ । ସେହିପରି ଘଟଣାରେ  ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ମଧ୍ୟ ପୋଲିସ ନେବାର ସମ୍ଭାବନା ରହିଛି ।

   Related Posts