Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବାଇକ-ଟେମ୍ପୋ ମୁହାଁମୁହିଁ ଧକ୍କା, ଜଣେ ମୃତ

5/10/2021 at 2:50 PM

ନୀଳଗିରି ୦୫।୧୦: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟେମ୍ପୋ-ବାଇକ୍‌ ମୁହାଁମୁହିଁ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ୱର ଜିଲ୍ଲା ସେରଗଡ଼-ଉଦଳା ରାଜ୍ୟପଥ ନୀଳଗିରି ନିକଟରେ ଘଟିଛି ଦୁର୍ଘଟଣା । କ୍ଷତିପୂରଣ ଦାବିରେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି ।

ଖବର ଅନୁଯାୟୀ, ନୀଳଗିରି ପଟୁ ଏକ ତିନି ଚକିଆ ଟେମ୍ପୋ ଦ୍ରୁତ ଗତିରେ ଆସୁଥିଲା । ଏହି ସମୟରେ  ସାମ୍ନା ପଟୁ ଆସୁଥିବା ୨ ବାଇକ୍‌ ଭାରସାମ୍ୟ ହରାଇ ଟେମ୍ପୋ ସହିତ ମୁହାଁମୁହିଁ ଧକ୍କା ହୋଇଥିଲେ । ଟେମ୍ପୋଟି ରବିନ୍ଦ୍ରଙ୍କ ଉପରେ ଚଢିଯାଇ ଆଗରେ ଓଲଟି ପଡିଥିଲା । ଯାହାଫଳରେ ରବିନ୍ଦ୍ରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ମୃତକ ସିମୁଳିଆ ଗାଁର ରବିନ୍ଦ୍ର ମହଲ ଗୁରୁତର ହୋଇଥିବା ବେଳେ କାହାଳିଆ ଗାଁର ସତ୍ୟରଞ୍ଜନ ନାୟକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଘଟଣାସ୍ଥଳରେ କ୍ଷତିପୂରଣ ଦାବିରେ ଉତ୍ତେଜନା ଲାଗି ରହିଥିବା ବେଳେ ରାସ୍ତାରୋକ କରାଯାଇଛି । ନୀଳଗିରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts