Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ମୃତ, ୨ଗୁରୁତର

9/09/2021 at 7:29 AM

ପାଟଣା ୦୯।୦୯: କେନ୍ଦୁଝର ଜିଲ୍ଲା ପାଟଣା ବଜାର ଉପରେ ଥିବା ଏକ ଘରର ଛାତ ଉପରେ ଲୁହା ଛଡ଼ ରଖୁଥିବା ସମୟରେ ଅଘଟଣ । ଛାତ ଉପରେ ଯାଇଥିବା ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ଘଟିଛି । ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଙ୍କୁ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ରେଙ୍ଗାଳବେଡା ଗାଁର ସୁନ୍ଦର ମୁର୍ମୁ। ଦୁଇ ଗୁରୁତର ହେଲେ ସ୍ୱାମ୍ ଗ୍ରାମର ରାହସ ନାଏକ ଓ ରଜତ କୁମାର କର।

ଖବର ଅନୁଯାୟୀ,  ପାଟଣା ବଜାର ଉପରେ ଥିବା ରଜତ କୁମାର କରଙ୍କ ଭଡା ଘରର ଛାତ ଉପରେ ଲୁହା ଛଡ଼ ରଖୁଥିଲେ । ହଠାତ୍‌ ଏହି ସମୟରେ ଛାତ ଉପରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ରାହସ ଓ ରଜତ ଆସିଥିଲେ । ଉଭୟଙ୍କୁ ଉଦ୍ଧାର କରିବାକୁ ଯାଇ ସୁନ୍ଦର ମୁର୍ମୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ମୃତ ଦେହକୁ ଜବତ କରି ତଦନ୍ତ ଚଳାଇଛି।

   Related Posts