Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଅଟୋ-କାର୍ ମୁହାଁମୁହିଁ ଧକ୍କା, ଜଣେ ମୃତ

26/07/2021 at 8:35 AM

ପାଟଣାଗଡ଼ ୨୬।୦୭: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ସରମୁହାନ ନିକଟରେ ଘଟିଛି ଏହି ଦୁର୍ଘଟଣା ।

ଖବର ଅନୁଯାୟୀ,  ରବିବାର ସଂଧ୍ୟା ସମୟରେ ବଲାଙ୍ଗୀର ପଟୁ ଅଟୋ ପାଟଣାଗଡ଼ ଥାନା ଉଲବା ଗାଁକୁ କିଛି ବ୍ୟକ୍ତି ଯାଉଥିଲେ । ଠିକ୍ ଏହି ସମୟରେ ପାଟଣାଗଡ଼ ପଟୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କି ଅଟୋରେ ବସିଥିବା ୩ଜଣ ଝିଟିକି ପଡିଥିଲେ । ଦୁର୍ଘଟଣା ସଂପର୍କରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ତୁରନ୍ତ ଘଟଣାସ୍ଥଳର ଆହତଙ୍କୁ ଉଦ୍ଧାର କରି ପାଟଣାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଉଲବା ଗାଁର ବୋଲି ଜଣାପଡିଛି । ସେହିପରି ଗୁରୁତର ଥିବା ବ୍ୟକ୍ତିଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପାଟଣାଗଡ଼଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts