ବାଇକ-ବସ୍‌ ଦୁର୍ଘଟଣା, ଜଣେ ମୃତ

Published By : Prameya-News7 Bureau | October 13, 2021 IST

ସାନଖେମୁଣ୍ଡି ୧୩।୧୦: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ମୁଖ୍ୟ ରାସ୍ତା ଡେଙ୍ଗାଦର ନିକଟ ଇନ୍ଦିରା ଆବାସ ଛକରେ ଦୁର୍ଘଟଣା । ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, କନକ ଦୁର୍ଗା ନାମକ ବସ୍‌ଟି ଦିଗପହଣ୍ଡିରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ଠିକ୍‌ ଏହି ସମୟରେ ଇନ୍ଦିରା ଆବାସ ଛକ ନିକଟରେ ଘଟିଲା ଦୁର୍ଘଟଣା । ବାଇକ ଆରୋହୀ ବ୍ରହ୍ମପୁରରୁ ପୋଡାମାରି ଆସୁଥିବା ସମୟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣା ସଂପର୍କରେ ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।   ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ମଧ୍ୟ ଘଟଣା ସ୍ଥଳରେ ପହଞ୍ଚିଥିଲା । ବ୍ରହ୍ମପୁର ଦିଗପହଣ୍ଡି ମୁଖ୍ୟ ରାସ୍ତା କିଛି ସମୟ ପାଇଁ ବନ୍ଦ ରହିଥିଲା  ସଦର ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଏବଂ ଶବ ଜବତ ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.