Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଭାଲୁ ଆକ୍ରମଣରେ ଜଣେ ମୃତ, ଶୌଚାଳୟକୁ ଯିବା ସମୟରେ ଘଟିଲା ଅଘଟଣ

11/09/2021 at 8:55 AM

ଉମରକୋଟ ୧୧।୦୯: ଭାଲୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ବନ ସିଂ ଗୌଡ଼ ବୋଲି ଜଣାପଡ଼ିଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଟିପାଗୁଡ଼ା ଗାଁରେ ଘଟିଛି ଘଟଣା ।

ଖବର ଅନୁଯାୟୀ, ଶନିବାର ସକାଳ ସମୟରେ ବନ ସିଂହ ଗୌଡ଼ ଶୌଚ ଶୌଚ ହେବା ପାଇଁ ଶୌଚାଳୟ ଯାଉଥିଲେ । ଠିକ୍‌ ଏହି ସମୟରେ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲେ । ଯାହାଫଳରେ ସେ ଗୁରୁତର ହୋଇ ପଡିଯାଇଥିଲେ । ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲେ । ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ ଖବର ଶୁଣି ପୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତେବେ ବାରମ୍ବାର ଭାଲୁଙ୍କର ଏପରି ଆକ୍ରମଣ ଲାଗି ଅନେକଙ୍କ ଜୀବନ ଚାଲିଯାଉଛି । ଯାହାଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ।

   Related Posts