ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟିହେଲା ବାଇକ୍ : ଜଣେ ମୃତ, ଜଣେ ଗୁରୁତର

Published By : Prameya-News7 Bureau | June 22, 2020 IST

କଳାହାଣ୍ଡି ୨୨।୬: କଳାହାଣ୍ଡିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ଦୁଇ ଜଣ ଯୁବକ ବାଇକ୍ ଯୋଗେ ଯାଉଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥ ବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ଯୁବକ ହେଉଛନ୍ତି ଥୁଆପଦର ଗାଁର ଆଦିତ୍ୟ ମାଝୀ । ଗୁରୁତର ଯୁବକଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.