Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||
  • ଲମତାପୁଟ : ଗଞ୍ଜେଇ ଚାଲାଣ ରୋକିବାକୁ କୋରାପୁଟ ପୋଲିସର ବଡ ପଦକ୍ଷେପ, ଆରମ୍ଭ ହେଲା ଅପରେସନ୍ ଗ୍ରୀନ୍ କ୍ଲିନ୍
  • ||

ମର୍ମନ୍ତୁଦ ଦୁର୍ଘଟଣା : ଟାଟା ଏସିଇକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ, ଡ୍ରାଇଭର ଗୁରୁତର

15/05/2021 at 10:13 AM

ଢେଙ୍କାନାଳ ୧୫।୫: ୫୫ ନମ୍ବର ଜାତୀୟ ରାଜପଥ ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ବିଆରଜି କାରଖାନା ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅନୁଗୋଳ ଆଡକୁ ପରିବା ପାଇଁ ଯାଉଥିବା ଏକ ଟାଟା ଏସିଇ ଗାଡିକୁ ଏକ ଟ୍ରକ୍ ଧକ୍କା ଦେଇଛି । ଫଳରେ ଟାଟା ଏସିଇ ଗାଡ଼ିରେ ଥିବା ଜଣେ ପରିବା ବେପାରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି ।

ଅନ୍ୟପଟେ ଟାଟା ଏସିଇ ଗାଡିର ଡ୍ରାଇଭର ଗୁରୁତର ହୋଇଛନ୍ତି । ୧୦୮ ଆମ୍ବୁଲାନ୍ସ ପହଞ୍ଚି ପୋଲିସ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରି ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତ । ମୃତ ପରିବା ବେପାରୀ ଜଣଙ୍କ ମୋଟଙ୍ଗା ଥାନା ଅନ୍ତର୍ଗତ ଗୋଡି ଡିହି ଗହଣର ରମେଶ ସାହୁ ବୋଲି ଜଣାପଡିଛି । ମୋଟଙ୍ଗା ପୋଲିସ ପହଞ୍ଚି ଦୁର୍ଘଟଣାଗସ୍ତ ଗାଡିକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

   Related Posts