ଟ୍ରଲର-ଟ୍ରକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

Published By : Prameya-News7 Bureau | December 22, 2020 IST

ଆନନ୍ଦପୁର ୨୨।୧୨: ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ଖପରାଖାଇ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇ ଆନନ୍ଦପୁର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି ।

{"id":381032,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ସୋମବାର ବିଳମ୍ବିତ ରାତିରେ ଗୋଟିଏ ଟ୍ରଲର ସହିତ ଲୁହାପଥର ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଘଷିପୁରା ଦମକଳ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଗାଡିକୁ ଗ୍ୟାସ୍ କଟରରେ କାଟି ଦୁଇ ଡ୍ରାଇଭରଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡ଼ିକାଲରେ ଭର୍ତ୍ତି କରିଥିଲେ । ଡାକ୍ତର ରାଜସ୍ଥାନର ଟ୍ରଲର ଡ୍ରାଇଭର ମୁଫିତ ଖାଁକୁ ମୃତ ଘୋଷଣା କରିଥିବା ବେଳେ ଲୁହାପଥର ବୋଝେଇ ଟ୍ରକଟିର ଡ୍ରାଇଭର କଟକ ଅଞ୍ଚଳର ଧିରଜ କୁମାର ଗୁରୁତର ଅବସ୍ଥାରେ ଆନନ୍ଦପୁର ମେଡ଼ିକାଲରେ ଚିକିତ୍ସାଧୀନ ଅଛନ୍ତି । ଘଷିପୁରା ପୋଲିସ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.