ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ

Published By : Prameya-News7 Bureau | March 06, 2021 IST

ଆଠମଲ୍ଲିକ ୬।୩: ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଆହତ ହୋଇଛନ୍ତି । ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଲୁହାମୁଣ୍ଡାଠାରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଅଜଣା ଗାଡି ଧକ୍କାରେ ସୋଲଣ୍ଡା ଗ୍ରାମର ଶଙ୍କର ପ୍ରଧାନଙ୍କ ମୃତ୍ୟୁ ହୋଇଛି । ଅନ୍ୟଜଣେ କାଳିଆ ପ୍ରଧାନ ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ହଣ୍ଡପା ପୋଲିସ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ଶଙ୍କର ପ୍ରଧାନଙ୍କର ଶୁକ୍ରବାର ରାତି ୯ଟା ବେଳେ ଅନୁଗୋଳ ଡାକ୍ତରଖାନାରେ ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.