ଟ୍ରକ୍ ଚାପାରେ ବାଇକ୍ ଚାଳକଙ୍କ ମୃତ୍ୟୁ, ଜଣେ ଗୁରୁତର

Published By : Prameya-News7 Bureau | April 07, 2021 IST

ଭଞ୍ଜନଗର ୭।୪: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ଚାପାରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ନିକଟ ପେଟ୍ରୋଲ୍ ପମ୍ପ୍ ସମ୍ମୁଖରେ ହୋଇଛି ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରକ୍ । ଫଳରେ ଟ୍ରକ୍ ଚାପାରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ଦଣ୍ଡ ପାଣି ନାୟକ । ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.