ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର

Published By : Prameya-News7 Bureau | December 05, 2020 IST

ନିଆଳି ୫।୧୨: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ଦୁଇ ଜଣ ଗୁରୁତର ମେଡିକାଲରେ ଭର୍ତ୍ତି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

 ସୂଚନାଯୋଗ୍ୟ ଯେ, ଫୁଲନଖରା-ନିଆଳି ୬୦ନଂ ରାଜ୍ୟ ରାଜପଥ କାଳିଆ ଘାଇ ନିକଟରେ ଏକ ପରିବା ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଚଣା ପରେ ଟ୍ରକ୍ ଟି ନାଳକୁ ଖସି ପଡିଥିବା ଜଣାପଡିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଅଂଳୋ ଗାଁର ଶରତ ଚନ୍ଦ୍ର ଦଳାଇ । ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.