Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଓଲଟିଲା ପଥର ବୋଝେଇ ମିନି ଟ୍ରକ୍ : ଜଣେ ମୃତ, ୨ ଗୁରୁତର

30/06/2021 at 1:39 PM

ଟାଙ୍ଗୀ ୩୦।୬: ମାଙ୍କଡା ପଥର ବୋଝେଇ ମିନିଟ୍ରକ୍ ଓଲଟି ଜଣେ ମୃତ । ଅନ୍ୟ ୨ ଜଣ ଗୁରୁତର । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଥାନା କୟଥପଲ୍ଲା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଜଣଙ୍କ କୁହୁଡି ଗ୍ରାମର ଚିତ୍ତରଞ୍ଜନ ପଲାଇ । ଆହତମାନଙ୍କୁ ଟାଙ୍ଗୀ ମେଡିକାଲରୁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି । ଟାଙ୍ଗୀ-କୁହୁଡି ପୋଲିସ ତଦନ୍ତ କରୁଛି ।

ମାଙ୍କଡା ପଥର ଚୋରି କରି ପ୍ରଶାସନଠାରୁ ଖସିଯିବାକୁ ଉଦ୍ୟମ କରୁଥିଲେ । ତେଣୁ ବାଟ ଛାଡି ଅବାଟରେ ଯାଉଥିଲା ଏହି ପଥର ବୋଝେଇ ମିନିଟ୍ରକ୍ । ଖାଲଖମା ରାସ୍ତା ଯୋଗୁଁ ଟ୍ରକ୍ ଟି ଓଲଟି ପଡିଥିଲା । ମିନିଟ୍ରକ୍ ଓଲଟିବା ବେଳେ କିଛି ଶ୍ରମିକ ଗାଡିରୁ ଡେଇଁ ପଡିଥିଲେ । ମାତ୍ର ମିନିଟ୍ରକ୍ ତଳେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଆଉ ୨ ଜଣ ଶ୍ରମିକଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

   Related Posts