ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

Published By : Prameya-News7 Bureau | July 07, 2021 IST

ଚଣ୍ଡିଖୋଲ ୭।୭: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ଅନ୍ୟ ଦୁଇ ଜଣ ଗୁରୁତର । ୧୬ ନମ୍ବର ଜାତୀୟ ରାଜପଥ ଛତିଆଠାରେ ଟ୍ରକ୍ ସହ ବାଇକ୍ ଧକ୍କା ହୋଇଥିଲା । ଫଳରେ ବାଇକ୍‌ରେ ଥିବା ତିନି ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଦୁଇ ଜଣଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି ।

{"id":477000,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ତିନି ଜଣ ବାଇକ୍ ଯୋଗେ ରାସ୍ତା ପାରି ହେଉଥିବା ସମୟରେ ସାମ୍ନାପଟୁ ଆସୁଥିବା ଏକ ଟ୍ରକ୍‌ଟି ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀ ଗୁରୁତର ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସ୍ଥାନୀୟ ବିଦ୍ୟାଧରପୁର ଅଞ୍ଚଳର ବୋଲି ଜଣାପଡିଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟିକୁ ପୋଲିସ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.