ଅଟୋ-ସ୍କୁଟି ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

Published By : Prameya-News7 Bureau | August 31, 2020 IST

କେନ୍ଦୁଝର ୩୧।୦୮: କେନ୍ଦୁଝର ଜିଲ୍ଲା ହରିଡାଗୋଠ ଟୋଲ୍‌ ଗେଟ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ସ୍କୁଟିରେ ୩ଜଣ ବ୍ୟକ୍ତି ଯାଉଥିବା ବେଳେ ଟୋଲ୍‌ ଗେଟ୍‌ ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଅଟୋ ସାମ୍ନା ପଟୁ ଧକ୍କା ଦେଇଥିଲା । ଯାହାଫଳରେ କି ଘଟଣାସ୍ଥଳରେ ଶରତଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ଦୁର୍ଘଟଣାର ଖବର ପାଇଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.