Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଛତିଶଗଡରେ ସୁରକ୍ଷାକର୍ମୀ-ନକ୍ସଲ ଗୁଳିବିନିମୟ, ଜଣେ ନକ୍ସଲ ମୃତ

8/10/2019 at 3:16 PM

କାଟେକଲ୍ୟାଣ ୮।୧୦: ଛତିଶଗଡ଼ରେ ସୁରକ୍ଷାକର୍ମୀ-ନକ୍ସଲ ଗୁଳି ବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଡିଆରଜି ଯବାନ ସହିଦ ହୋଇଛନ୍ତି ।

ସ୍ଥାନୀୟ କାଟେକଲ୍ୟାଣ ଅଞ୍ଚଳରେ ନକ୍ସଲଙ୍କ ଉପସ୍ଥିତି ନେଇ ସୂଚନା ମିଳିଥିଲା । ସୂଚନା ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲେ ଡିସଟ୍ରିକ୍ ରିଜର୍ଭ ଗାର୍ଡ । ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁ ହେବା ପରେ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଆକ୍ରମଣ ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ ।

ସର୍ଚ୍ଚ ଅପରେସନ ପରେ ଘଟଣାସ୍ଥଳରୁ ଜଣେ ନକ୍ସଲଙ୍କ ମୃତଦେହ ଜବତ ହୋଇଥିବା କହିଛନ୍ତି ଆଣ୍ଟିନକ୍ସଲ ଅପରେସନ ଡିଆଇଛି ପି. ସୁନ୍ଦରାଜ ।

   Related Posts