Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ, ମୃତକଙ୍କ ନାଁରେ ଥିଲା ୫ଲକ୍ଷ ଟଙ୍କାର ପୁରସ୍କାର

13/01/2021 at 11:18 AM

ମାଲକାନଗିରି ୧୩।୧: ମାଲକାନଗିରି ସୀମାନ୍ତ ଛତିଶଗଡ ଦନ୍ତେଓ୍ବାଡା ଜିଲ୍ଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଫଳରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ଗୋଟେ ୯ ଏମଏମ ପିସ୍ତଲ ଜବତ ହୋଇଛି । ଦନ୍ତେଓ୍ବାଡା ଚିକପାଲ୍-ମର୍ଜୁମ୍ ଅଞ୍ଚଳରେ ଏହି ଗୁଳିବିନିମୟ ହୋଇଛି । ମୃତ ନକ୍ସଲଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା ।

ସୂଚନାଯୋଗ୍ୟ ଯେ, ବୁଧବାର ସକାଳେ ଯବାନମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଜଣେ ନକ୍ସଲଙ୍କ ସହିତ ମୁହାଁମୁହିଁ ହୋଇଥିଲେ । ଏହାପରେ ଆରମ୍ଭ ହୋଇଥିଲା ଗୁଳିବିନିମୟ । ଦୀର୍ଘ ୪୫ ମିନିଟ୍ ଧରି ଗୁଳିବିନିମୟ ପରେ ମାଓବାଦୀ ନିହତ ହୋଇଥିଲେ । ମୃତ ନକ୍ସଲ ହିଡ଼ମା ମୁଚାକି ବୋଲି ଜଣାପଡିଛି ।

   Related Posts