ମୟୁରଭଞ୍ଜରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ୨୦୬ ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | May 07, 2020 IST

ଭୁବନେଶ୍ୱର ୦୭।୦୫: ରାଜ୍ୟରେ ଆଜି ମଧ୍ୟାହ୍ନ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ମୟୁରଭଞ୍ଜ ଜିଲ୍ଲାର ବୋଲି ଜଣାପଡିଛି । ଯାହାକୁ ନେଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬ରେ ପହଞ୍ଚିଛି । ଏନଇ ରାଜ୍ୟ ସରକାରଙ୍କ ସୂଚନା ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ଆଜି ମୟୁରଭଞ୍ଜରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ ୩୫ବର୍ଷ ଏବଂ ସେ ପୁରୁଷ ବୋଲି ଜଣାପଡିଛି । କିଛି ଦିନ ତଳେ ସେ ସୁରଟରୁ ଫେରିଥିଲେ । ଏବଂ ସୁରଟରୁ ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ । ପରେ ତାଙ୍କ ସ୍ୱାବ ଟେଷ୍ଟ କରାଯାଇଥିଲା । ସେଥିରେ ସେ ପଜିଟିଭ୍ ଥିବା ଜଣାପଡିଛି । ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

ଆଜି ସକାଳ ସମୟରେ ରାଜ୍ୟରେ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେମାନଙ୍କ ମଧ୍ୟରୁ ୧୭ଜଣ ଗଞ୍ଜାମର ହୋଇଥିବା ବେଳେ ୩ଜଣ ମୟୁରଭଞ୍ଜ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଆଜି ମଧ୍ୟାହ୍ନରେ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କୁ ମିଶାଇ ମୟୁରଭଞ୍ଜରେ ମୋଟ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.