ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ ! କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ

Published By : Prameya-News7 Bureau | December 10, 2019 IST

ନିଶ୍ଟିନ୍ତକୋଇଲି ୧୦।୧୨: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ମୃତ । କଟକ ଜିଲ୍ଲା ନିଶ୍ଚିତକୋଇଲି କେନ୍ଦୁପାଟଣା ଜହ୍ନିଆ ଛକ ନିକଟରେ କାମ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଛି । ମୃତକ ନିଶ୍ଚିନ୍ତକୋଇଲି ବ୍ଲକ କୋଲଣପୁର ଗାଁର ଆଲୋକ ସାମଲ ବାଲି ଜଣାପଡିଛି । ଘଟଣାସ୍ଥଳରେ ସ୍ଥାନୀୟଲୋକଙ୍କ ପକ୍ଷରୁ ଉତ୍ତେଜନା ଦେଖାଦେଇଛି ।

{"id":195904,"sizeSlug":"large"}

ସୂଚନାଯୋଗ୍ୟ ଯେ, ଆଜି ସକାଳ ସମୟରେ କଟକ ଜିଲ୍ଲା ନିଶ୍ଚିତକୋଇଲି ବ୍ଲକ କେନ୍ଦୁପାଟଣା ଜହ୍ନିଆ ଛକ ନିକଟରେ ଘର କାମ କରୁଥିବା  ସମୟରେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ କଟକ-ଚାନ୍ଦବାଲି ରାସ୍ତା କେନ୍ଦୁପାଟଣା ଛକରେ ଶବ ରଖି ଟାୟାର ଜାଳି ରାସ୍ତା ରୋକ କରିଛନ୍ତି ଅଞ୍ଚଳବାସୀ l ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ଲୋକ ମାନଙ୍କୁ ବୁଝାସୁଝା କରୁଛି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.