Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଡ୍ରେସ କିଣିବାକୁ ଆସି ଘରକୁ ଫେରୁଥିବା ୧୬ ବର୍ଷ ବୟସ୍କା ନାବାଳିକାଙ୍କୁ ଜୋରଜବରଦସ୍ତ ପରିତ୍ୟକ୍ତ ଘରେ ଦୁଷ୍କର୍ମ, ଅଭିଯୁକ୍ତ ଅଟକ

9/09/2019 at 1:05 PM

ରାଇରଙ୍ଗପୁର ୯|୯: ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ସିଜୁକଳା ଗ୍ରାମର ଏକ ପରିତ୍ୟକ୍ତ ଘରେ ଜଣେ ୧୬ବର୍ଷ ବୟସ୍କା ନାବାଳିକାଙ୍କୁ ଦୁଷ୍କର୍ମ ହୋଇଛି ।  ଗ୍ରାମର ପୁଙ୍ଗା ସୋରେନ ନାମକ ଜଣେ ଯୁବକ ଗତ ୪ ତାରିଖରେ ନାବାଳକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ପୀଡ଼ିତାଙ୍କ  ମାଙ୍କ ଲିଖିତ ଅଭିଯୋଗ ଅନୁସାରେ ପୋସ୍କୋ ଆଇନ ଅନୁଯାୟୀ ଅଭିଯୁକ୍ତକୁ ପୋଲିସ ଅଟକ ରଖି ତଦନ୍ତ କରୁଛି ।

ସୂଚନାଯୋଗ୍ୟ ଯେ, ନାବାଳିକା ଜଣକ ରାଇରଙ୍ଗପୁର ବଜାରକୁ ଡ୍ରେସ କିଣିବାକୁ ଆସି ସନ୍ଧ୍ୟାରେ ଘରକୁ ଯିବା ପାଇଁ ବସକୁ ଅପେକ୍ଷା କରିଥିଲେ ! ଏହି ସମୟରେ ଅଭିଯୁକ୍ତ ଜଣକ  ନାବାଳିକାଙ୍କୁ ବାଇକରେ ଘରେ ଛାଡ଼ିଦେବାକୁ କହି ଗାଡିରେ ବସାଇ ନେଇଥିଲା ।

ତେବେ ସିଜୁକଳା ଗାଁର ପରିତ୍ୟକ୍ତ ଘରକୁ ଜୋରଜବରଦସ୍ତ ଟାଣି ନେଇ ସେଠାରେ ନାବାଳିକାଙ୍କ ହାତ ଗୋଡ ବାନ୍ଧି ଦୁଷ୍କର୍ମ କରିଥିଲା ବୋଲି ଅଭିଯୋଗ ହୋଇଛି ।

   Related Posts