ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଆସିଲା ତଥ୍ୟ, ସଂକ୍ରମିତ ଜଣଙ୍କ ସୁନ୍ଦରଗଡର

Published By : Prameya-News7 Bureau | May 04, 2020 IST

ଭୁବନେଶ୍ୱର ୦୪।୦୫: ରାଜ୍ୟରେ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଯାହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ସୁନ୍ଦରଗଡ ଜିଲ୍ଲା ନାଲା ରୋଡ୍‌ ଅଞ୍ଚଳର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

wp:core-embed/twitter {"url":"https://twitter.com/IPR_Odisha/status/1257167723978768386","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1257167723978768386
/wp:core-embed/twitter

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ବୟସ ୨୯ ଏବଂ ସେ ଜଣେ ମହିଳା ବୋଲି ଜଣାପଡିଛି । ଆକ୍ରାନ୍ତ ଜଣଙ୍କ ସୁନ୍ଦରଗଡ ନାଲାରୋଡ କଣ୍ଟେନମେଣ୍ଟ ଜୋନ୍‌ର । ଏବଂ ପୂର୍ବ ଚିହ୍ନଟ ହୋଇଥିବା ଜଣେ ସଂକ୍ରମିତଙ୍କ ପଡୋଶୀ ସୂଚନା ରହିଛି । ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.