କେନ୍ଦୁଝରରୁ ୨ୟ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬୨

Published By : Prameya-News7 Bureau | May 03, 2020 IST

ଭୁବନେଶ୍ୱର ୦୩।୦୫: ଆଜି ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୧୬୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତେବେ ମଧ୍ୟାହ୍ନରେ ଚିହ୍ନଟ ହୋଇଥିବା ୧୬୨ନମ୍ବର କରୋନା ଆକ୍ରାନ୍ତ ଜଣଙ୍କ କେନ୍ଦୁଝର ଜିଲ୍ଲାର ବୋଲି ସୂଚନା ମିଳିଛି । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛନ୍ତି ।

wp:core-embed/twitter {"url":"https://twitter.com/IPR_Odisha/status/1256861928284196869","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1256861928284196869
/wp:core-embed/twitter

କେନ୍ଦୁଝର ହାଟଡିହି ଅଞ୍ଚଳରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ ୩୦ବର୍ଷ ଏବଂ ସେ ପୁରୁଷ । କିଛି ଦିନ ତଳେ ପଶ୍ଚିମବଙ୍ଗରୁ ଫେରିଥିଲେ । ଏବଂ ସେ ପଶ୍ଚିମବଙ୍ଗରୁ ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ । ତେବେ ତାଙ୍କର ସ୍ୱାବ ପରୀକ୍ଷଣ ହୋଇଥିଲା , ସେଥିରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.