Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦କୁ ବୃଦ୍ଧି

24/04/2020 at 7:05 AM

ଭୁବନେଶ୍ବର ୨୪।୦୪: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବସାଇଟ୍ ଏହାର ସୂଚନା ଦିଆଯାଇଛି। ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ କୁ ବୃଦ୍ଧି ହୋଇଛି। ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ରାଜ୍ୟରେ ମୋଟ ୫୬ ଆକ୍ଟିଭ କେସ୍ ରହିଛି । ୩୩ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି । ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଜାରି ରହିଛି ।

   Related Posts